ଆଜି ଏପ୍ରିଲ ୦୫ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

ଆଜି ଆପଣଙ୍କ ପ୍ରତ୍ୟେକ କାମରେ କିଛିଟା ଦ୍ୱନ୍ଦ୍ୱ ଓ ଆଶଙ୍କା ମଧ୍ୟରେ ମନ ହଲଚଲ ହୋଇପାରେ । ସେହି କାମଟି ବାଧ୍ୟ ହୋଇ କରିବେ, କିନ୍ତୁ ବହୁତ ବିଳମ୍ବ ଓ ସମସ୍ୟା ମଧ୍ୟରେ ହିଁ ସମ୍ପନ୍ନ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସୁଖୀ ହେବେ ।

ବୃଷ

କର୍ମକ୍ଷେତ୍ରରେ ପ୍ରଥମରୁ ସବୁ ଠିକ୍ ଠାକ୍ ଥିଲେ ହେଁ ଶେଷ ସମୟରେ ବିଗିଡି ଯିବାର ସମ୍ଭାବନା ରହିଛି । ସାମାଜିକ ସ୍ତରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ, ପ୍ରଶାସନ, ଆଇନ, କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ସତର୍କତାର ଦିନ
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମିଥୁନ

ଆଜି କର୍ମକ୍ଷେତ୍ରରେ ଅଧୈର୍ଯ୍ୟ ନ ହୋଇ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି । ପାରିବାରିକ ସ୍ତରରେ ସନ୍ତାନ ହେତୁକ ମାନସିକ ଆଘାତ ପାଇ ପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।

ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

କର୍କଟ

ମାନସିକ ଦ୍ୱନ୍ଦ୍ୱ କାରଣରୁ ଯେକୌଣସି କ୍ଷେତ୍ରରେ ଠିକ୍ ନିଷ୍ପତ୍ତି ନେଇପାରିବେ ନାହିଁ । ଇଚ୍ଛା ନ ଥିଲେ ମଧ୍ୟ ପରିବାର ଲୋକଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ସିଂହ

ଆପଣ ନିଜ ଲୋକଙ୍କୁ ଯେତିକି ଖୁସିରେ ରଖିବାକୁ ଚାହିଁଲେ ମଧ୍ୟ ଆଜିର ପରିସ୍ଥିତି ତାହା ସହଜରେ କରାଇ ଦେବ ନାହିଁ । କର୍ମ କ୍ଷେତ୍ରରେ ବାଧା ଉପୁଜିବ ତଥାପି ବ୍ୟସ୍ତ ହୁଅନ୍ତୁ ନାହିଁ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

କନ୍ୟା

କୌଣସି ପରିସ୍ଥିତିରେ ମଧ୍ୟ ଯାହା କହିବେ କିମ୍ବା କରିବେ ସବୁ ଭାବିଚିନ୍ତି କରିବା ଭଲ ହେବ । ଅଭାବ ପୂରଣ ସକାଶେ ବହୁ ଚେଷ୍ଟା ପରେ ଋଣ ସୂତ୍ରରେ ଅର୍ଥ ଲାଭ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ତୁଳା

ବିଭିନ୍ନ ବିଷୟରେ ତର୍କ ଓ ବିବାଦ ପାରିବାରିକ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି କରିବ । ପ୍ରତ୍ୟେକ କ୍ଷେତ୍ରରେ ଆଳସ୍ୟ ଓ ଅବହେଳା ସାଙ୍ଗକୁ କାଳକ୍ଷେପଣ ନୀତି ହେତୁ, ମନରେ ସରସତା ରହିବ ନାହିଁ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ବିଛା

ଆଜି ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରି ଆପଣ ବିଜୟୀ ହେବେ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।

ଧନୁ

ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିଲେ ମଧ୍ୟ ମାନସିକ ସୁସ୍ଥତା ରହି ନ ପାରେ । ଅଫିସ ଭିତରେ କିଛି ବିଚାର ନ କରି ଅନ୍ୟକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଜଣେ ବନ୍ଧୁ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମକର

ପରିବାରରେ ଭୁଲ୍ ବୁଝାମଣା ନେଇ ବନ୍ଧୁ କିମ୍ବା ସହକର୍ମୀଙ୍କ ସହ ତିକ୍ତତା ଦେଖା ଦେଇପାରେ । ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କୁମ୍ଭ

କାର୍ଯ୍ୟବ୍ୟସ୍ତତା ଜନିତ ମାନସିକ ଚାପ ବୃଦ୍ଧି ହେତୁ ସ୍ୱାସ୍ଥ୍ୟହାନି କାମକୁ ପ୍ରତିରୋଧ କରିବ । ନିଜର ଲୋକଙ୍କ କାର୍ଯ୍ୟ କଳାପ ନେଇ ବ୍ୟସ୍ତ ବିବ୍ରତ ହୋଇ ପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୮ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ମୀନ

ବ୍ୟସ୍ତ ନ ହୋଇ ସମୟକୁ ଅପେକ୍ଷା କରନ୍ତୁ, ଚେଷ୍ଟା କରୁଥିବା କାମଗୁଡିକ ଠିକ୍ ଭାବରେ ସମ୍ପନ୍ନ ହେବ । ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ର କରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହେବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

 

Leave a Reply

Your email address will not be published. Required fields are marked *