ଆଜି ବି ଦେଶରେ ୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ, ୪୦୯୨ ମୃତ
ନୂଆଦିଲ୍ଲୀ, (ଓଡିଶା ଟାଇମ୍):ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪ ଲକ୍ଷ ୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୦୯୨ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪ ଲକ୍ଷ ୩ ହଜାର ୭୩୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୪୦୯୨ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୨୨ ଲକ୍ଷ ୯୬ ହଜାର ୪୧୪ରେ ପହଞ୍ଚିଛି।
ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୨ ଲକ୍ଷ ୪୨ ହଜାର ୩୬୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୮୩ ଲକ୍ଷ ୧୭ ହଜାର ୪୦୪ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୭୩୬୬୪୮।