ରାଜ୍ୟରେ ସୁସ୍ଥ ହେଲେ ଆଉ ୯୭୦୬ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ସୁସ୍ଥ ହେଲେ ଆଉ ୯୭୦୬ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୪ ଳକ୍ଷ ୫୭ ହଜାର ୫୬୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍‌ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୭୮୭ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୧୦୦୩୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୪୪୮୭୩ ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୬୨୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୪୦୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏଥି ମଧ୍ୟରୁ ୯୪୭୬୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୫୭୫୬୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୫୬୬୨୧୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *