ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍):ଗତ ୨୪ ଘଣ୍ଟା ମଧ୍ୟରେ ୧୦୭୫୭ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ବୌଦ୍ଧ, କୋରାପୁଟ, ଖୋର୍ଦ୍ଧା, ନୂଆପଡ଼ା, ରାୟଗଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ଗଜପତି ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୨୨୯୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୬୦୬୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୧୪୫୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତକଙ୍କ ସଂଖ୍ୟା ୨୩୩୫ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗରେ ୫୩ଜଣଙ୍କ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୦୯୪୧୧୯୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *