ଆଜି ବାତ୍ୟା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ
ଭୁବନେଶ୍ବର, (ଓଡିଶା ଟାଇମ୍):ଆସୁଛି ବାତ୍ୟା ୟଶ୍ । ୨୬ରେ ଏହା ଓଡିଶା ଓ ପଶ୍ଚିମବଙ୍ଗ ଉପକୂଳରେ ମାଡ ହେବ ବୋଲି ଅନୁମାନ କରାଯାଉଛି । ତେବେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଶନିବାର ସମୀକ୍ଷା ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ମୁଖ୍ୟମନ୍ତ୍ରୀ ଶନିବାର ସମ୍ଭାବ୍ୟ ବାତ୍ୟା ୟଶକୁ ନେଇ ସମୀକ୍ଷା କରିବେ । ଏହାସହ ବାତ୍ୟା ମୁକାବିଲା ନେଇ ମଧ୍ୟ ଆଲୋଚନା କରିବେ । ଏହି ବୈଠକରେ ୧୪ ଜିଲ୍ଲାର ଜିଲ୍ଲାପାଳ ଉପସ୍ଥିତ ରହିବେ । ସେହିପରି ମୁଖ୍ୟ ଶାସନ ସଚିବଙ୍କ ସହ ଏସଆରସି ଓ ଅନ୍ୟ ଅଧିକାରୀମାନେ ସମୀକ୍ଷା ବୈଠକରେ ଉପସ୍ଥିତ ରହିବା ନେଇ ସୂଚନା ମିଳିଛ ।
ସୂଟନାଯୋଗ୍ୟ, ବଙ୍ଗୋପସାଗରରେ ଦାନା ବାନ୍ଧୁଥିବା ବାତ୍ୟା ଅତି ଭୀଷଣ (ଭେରି ସିଭିୟର୍ ସାଇକ୍ଲୋନିକ୍ ଷ୍ଟର୍ମ) ରୂପ ନେବ । ୧୬୦ କିଲୋମିଟରକୁ ଟପିପାରେ ପବନର ବେଗ ।ପବନ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ଧରି ମାଡ଼ି ଆସିବ ବାତ୍ୟା ‘ୟଶ୍’ । ପାଣିପାଗ ବିଭାଗ ଆକଳନ କହୁଛି, ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ୨୬ ତାରିଖରେ ମାଡ଼ ହୋଇପାରେ ।











