ରାଜ୍ୟରେ କରୋନା ନେଲା ୨୮ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍):ଗତ ୨୪ ଘଣ୍ଟା ମଧ୍ୟରେ ୧୨୮୫୨ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ , କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ନବରଙ୍ଗପୁର , ପୁରୀ , ରାୟଗଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଗଜପତି, ଗଞ୍ଜାମ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave a Reply

Your email address will not be published. Required fields are marked *