ରାଜ୍ୟରେ କରୋନା ନେଲା ଆଉ ୩୪ ଜଣଙ୍କ ଜୀବନ

ଭୁବନେଶ୍ବର ,(ଓଡିଶା ଟାଇମ୍):ଗତ ୨୪ ଘଣ୍ଟା ମଧ୍ୟରେ ୬୭୩୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୩୨୭୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୬୪୪୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୨୩୬୨୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନାରେ ମୋଟ୍ ମୃତକଙ୍କ ସଂଖ୍ୟା ୨୬୧୮ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ରହିଛି । ଏବେ ସୁଦ୍ଧା ରାଜ୍ୟରେ ୧୧୫୫୨୯୮୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *