ରାଜ୍ୟରେ କରୋନା ନେଲା ଆଉ ୩୩ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୭୨୧୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୫୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଅନୁଗୋଳରେ ସର୍ବାଧିକ ୫, ସୁନ୍ଦରଗଡ଼ରେ ୪, ବୌଦ୍ଧ, କଳାହାଣ୍ଡି, କେନ୍ଦୁଝର ଓଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏ, ଗଜପତି, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏ, ଢେଙ୍କାନାଳ ଓ ନବରଙ୍ଗପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

Leave a Reply

Your email address will not be published. Required fields are marked *