ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ବର, (ଓଡିଶା ଟାଇମ୍): ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାତ୍ୟା ସମୀକ୍ଷା କରିବାକୁ ଓଡ଼ିଶା ଗସ୍ତରେ ଆସିଛନ୍ତି ମୋଦି। ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ ପାଇଁ ଏୟାରପୋର୍ଟରେ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଅଛନ୍ତି। ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ମଧ୍ୟ ଉପସ୍ଥିତ ଅଛନ୍ତି। ବାତ୍ୟାକୁ ନେଇ ଏରିଏଲ ସର୍ଭେ କରିବେ ମୋଦି।
ସେପଟେ ବାତ୍ୟା ପରେ ରାଜ୍ୟରେ ବନ୍ୟା ଦେଖାଦେଇଛି। ବାତ୍ୟା ‘ୟାସ୍’ ଜନିତ ବର୍ଷା ପାଇଁ ଉଛୁଳୁଛି ସୁବର୍ଣ୍ଣରେଖା ନଦୀ। ବାଲେଶ୍ୱର ଜିଲ୍ଲା ଜାମଶୋଳାଘାଟ ଠାରେ ସୁବର୍ଣ୍ଣରେଖା ନଦୀ ବିପଦ ସଙ୍କେତ ଟପିଛି। ଜାମଶୋଳାଘାଟରେ ବିପଦ ସଙ୍କେତ ୪୯.୧୬ ମିଟର ଥିବା ବେଳେ ଏବେ ୫୦.୮୮ ମିଟର ଦେଇ ଜଳ ପ୍ରବାହିତ ହେଉଛି। ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି। ସମ୍ଭାବ୍ୟ ବନ୍ୟା ପାଇଁ ପ୍ରଶାସନ ପ୍ରସ୍ତୁତ ଥିବା SRC କହିଛନ୍ତି।











