୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୬୫,୫୫ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୩,୪୬୦

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୧.୬୫ ଲକ୍ଷକୁ ଖସି ଆସିଥିବା ବେଳେ ମୃତ୍ୟୁସଂଖ୍ୟା ୩.୫ ହଜାର ତଳକୁ ଖସିଛି। ଗତ ୬ ସପ୍ତାହ ମଧ୍ୟରେ ଆଜି ଦୈନିକ ନୂଆ ସଂକ୍ରମଣ ରେକର୍ଡ ସର୍ବନିମ୍ନ ରହିଥିବା ଜଣାପଡ଼ିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୬୫,୫୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩,୪୬୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୭୮,୯୪,୮୦୦ ଓ ମୃତ୍ୟୁସଂଖ୍ୟା ୩,୨୫,୯୭୨ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨,୭୬,୩୦୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୫୪,୫୪,୩୨୦ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୧,୧୪,୫୦୮। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୧,୨୦, ୬୬,୬୧୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୨୯ ତାରିଖ ସୁଦ୍ଧା ସମୁଦାୟ ୩୪,୩୧,୮୩,୭୪୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୨୦,୬୩,୮୩୯ଟି ନମୁନା।

Leave a Reply

Your email address will not be published. Required fields are marked *