ଆରପାରିରେ ‘ଶଲାବୁଢା’, ବିଶିଷ୍ଟ ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍): ପ୍ରସିଦ୍ଧ ସମ୍ବଲପୁରୀ ଫିଲ୍ମ “ଶଲାବୁଢ଼ା”ର ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ ହୋଇଛି। ଗତକାଲି ବିଳମ୍ବିତ ରାତି ୩ଟା ୪୫ ମିନିଟ୍‌ରେ ସମ୍ବଲପୁର ଭିମ୍‌ସାର୍‌ରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। ଗତ କିଛିଦିନ ଧରି ସେ Blood septicemiaରେ ପୀଡ଼ିତ ଥିଲେ। ତେବବେ ଗତକାଲି ତାଙ୍କ ଶରୀରର ଏକାଧିକ ଅଙ୍ଗ ଅଚଳ ହେବା ପରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଅଟଳ ବିହାରୀଙ୍କ ପରଲୋକ ନେଇ ପୁଅ ଅରୁଣ ପଣ୍ଡା ସୂଚନା ଦେଇଛନ୍ତି।

ବୟସାଧିକ କାରଣରୁ ସେ ଗତ କିଛି ଦିନ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। ପଶ୍ଚିମ ଓଡ଼ିଶାର ଜଣେ ପରିଚିତ ଚେହେରା ହେଉଛନ୍ତି ଅଟଳ ବିହାରୀ ପଣ୍ଡା। ୧୦୦ରୁ ଅଧିକ ନାଟକରେ ଅଭିନୟ କରିବା ସହ ସେ ଏକାଧିକ ନାଟକର ରଚନା ବି କରିଥିଲେ। ଦୀର୍ଘ ଦିନ ଧରି ଅଭିନୟ କ୍ୟାରିୟର୍ ପରେ ୮୩ ବର୍ଷ ବୟସରେ ସେ ନିଜର ପ୍ରଥମ ଫିଲ୍ମ ‘ଶଲାବୁଢ଼ା’ରେ ଅଭିନୟ କରିଥିଲେ। ସେ ଜାତୀୟ ପୁରସ୍କାର ମଧ୍ୟ ପାଇଥିଲେ।

Leave a Reply

Your email address will not be published. Required fields are marked *