୨୪ ଘଣ୍ଟାରେ ଦେଶରେ ବାହାରିଲେ ୧ ଲକ୍ଷ ୨୦ ହଜାରରୁ ଅଧିକ ପଜିଟିଭ୍,୩୩୮୦ ମୃତ
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୨୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୩୮୦ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧ ଲକ୍ଷ ୨୦ ହଜାର ୫୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୩୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୩୮୦ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୮୬ଲକ୍ଷ ୯୪ ହଜାର ୮୭୯ରେ ପହଞ୍ଚିଛି।











