ରାଜ୍ୟରେ କରୋନା ନେଲା ୪୨ଜଣଙ୍କ ଜୀବନ, ୨୯୯୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୭୦୦୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଅନୁଗୁଳ, କଟକ, ଖୋର୍ଦ୍ଧାରୁ ୪ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଦେବଗଡ, କଳାହାଣ୍ଡି, ଝାରସୁଗୁଡାରୁ ୩ ଲେଖାଏଁ ରହିଛନ୍ତି । ସେହିପରି ଗଜପତି, ଜଗତସିଂହପୁର, ମୟୁରଭଞ୍ଜ, ରାୟଗଡା, ସୁନ୍ଦରଗଡରୁ ୨ ଲେଖାଏଁ ରହିଥିବା ବେଳେ ପୁରୀ, ନୂଆପଡା, ମାଲକାନଗିରି, କନ୍ଧମାଳ, ଯାଜପୁର, ଗଞ୍ଜାମ, ବରଗଡରୁ ଜଣେ ଲେଖାଏଁ ରହିଛନ୍ତି ।











