ସନ୍ଧ୍ୟା ୫ଟା ରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣର ଦ୍ବିତୀୟ ଲହର ଲଗାତାର ଭାବେ ହ୍ରାସ ପାଇବାରେ ଲାଗିଛି । କିଛି ରାଜ୍ୟରେ ଅନଲକ୍‌ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି । ଏହାରି ମଧ୍ୟରେ ଆଜି ସନ୍ଧ୍ୟା ୫ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି ।

ଆଶା କରାଯାଉଛି କି, ଅନଲକ୍‌ ପ୍ରକ୍ରିୟା ଆରମ୍ଭ ହେଉଥିବାରୁ ଦେଶବାସୀଙ୍କୁ ସତର୍କ ତଥା ସାବଧାନତା ଅବଲମ୍ବନ କରିବାକୁ ଅପିଲ କରିପାରନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏହା ସହିତ ଦେଶରେ ଜାରି ରହିଥିବା ଟିକାକରଣକୁ ନେଇ ପ୍ରଧାନମନ୍ତ୍ରୀ କିଛି ଗୁରୁତ୍ବପୂର୍ଣ୍ଣ ଘୋଷଣା କରିପାରନ୍ତି ।

Leave a Reply

Your email address will not be published. Required fields are marked *