ଅନ୍‌ଲାଇନ୍‌ରେ ୟୁଜି-ପିଜି ଫାଇନାଲ୍ ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍): ୟୁଜି(ସ୍ନାତକ) ଓ ପିଜି(ସ୍ନାତକୋତ୍ତର)କୁ ନେଇ ବଡ଼ ଘୋଷଣା ହୋଇଛି । ଚଳିତ ବର୍ଷ ଅନ୍‌ଲାଇନ୍ ଯୋଗେ ପରୀକ୍ଷା ହେବା ନେଇ ନିଷ୍ପତ୍ତି ହୋଇଛି ।  କୁଳପତିମାନଙ୍କୁ ନେଇ ବସିଥିବା ବୈଠକରେ ଏପରି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ଜୁଲାଇ-ଅଗଷ୍ଟ ସୁଦ୍ଧା ଅନ୍‌ଲାଇନ୍‌ରେ ପରୀକ୍ଷା ସାରିବାକୁ ଟାର୍ଗେଟ ରଖାଯାଇଛି ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ସୂଚନା ଦେଇଛନ୍ତି। ୟୁଜି(ସ୍ନାତକ) ଓ ପିଜି(ସ୍ନାତକୋତ୍ତର) ପରୀକ୍ଷା କିଭଳି ହେବ ସେନେଇ ବିଶ୍ୱବିଦ୍ୟାଳୟ ନିଷ୍ପତ୍ତି ନେବ ।

ଖବର ଅନୁଯାୟୀ, ଶୁକ୍ରବାର  ୟୁଜି(ସ୍ନାତକ) ଓ ପିଜି(ସ୍ନାତକୋତ୍ତର) ଛାତ୍ରଛାତ୍ରୀଙ୍କ ପାଠପଢ଼ା ଏବଂ ପରୀକ୍ଷା ସମ୍ପର୍କିତ କୁଳପତିମାନଙ୍କ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ସମେତ ବିଭାଗୀୟ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ରଙ୍କ ସମେତ ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦର ସଦସ୍ୟମାନେ ଯୋଗଦେବେ । ଅନଲାଇନ୍‌ରେ ଯୋଗଦେଇ କୁଳପତିମାନେ ସେମାନଙ୍କ ସହ ଅନୁବନ୍ଧିତ ଥିବା ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ଛାତ୍ରଛାତ୍ରୀମାନଙ୍କ ସହିତ ସ୍ନାତକ ଓ ସ୍ନାତକୋତର ପରୀକ୍ଷା ବିଷୟରେ ଆଲୋଚନା କରିଥିଲେ। ସେମାନଙ୍କ ମତାମତକୁ ଆଧାର କରି ପରୀକ୍ଷା ନେଇ ଚୂଡ଼ାନ୍ତ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଚଳିତ ବର୍ଷ ଅନ୍‌ଲାଇନ୍‌ରେ ପରୀକ୍ଷା ହେବା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *