ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ +୨ ପରୀକ୍ଷାଫଳ
ଭୁବନେଶ୍ବର, (ଓଡିଶା ଟାଇମ୍): ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ +୨ ପରୀକ୍ଷାଫଳ। ରେଜଲ୍ଟ ଓ ମୂଲ୍ୟାୟନ ପଦ୍ଧତ୍ତି ନେଇ CHSE ପକ୍ଷରୁ ସୂଚନା ଦିଆଯାଇଛି। ଦଶମ ପରୀକ୍ଷା ମାର୍କ ଭିତ୍ତିରେ ମୂଲ୍ୟାୟନ ହେବାକୁ ନିଷ୍ପତ୍ତି ହୋଇଛି। ରେଗୁଲାର ପିଲାଙ୍କ ମାର୍କିଂ ମ୍ୟାଟ୍ରିକ୍ ଭିତ୍ତିରେ ହେବ।
ଏକ୍ସରେଗୁଲାର ପିଲାଙ୍କ ମାର୍କିଂ ପୂର୍ବଥର +୨ ପରୀକ୍ଷା ଭିତ୍ତିରେ ହେବ। ପୂର୍ବଥର +୨ ପରୀକ୍ଷା ଦେଇଥିଲେ ପାସ୍ କରିଥିବା ବିଷୟ ଭିତ୍ତିରେ ମାର୍କିଂ ବୋଲି CHSE ପକ୍ଷରୁ ସ୍ପଷ୍ଟ କରାଯାଇଛି। ଯେଉଁମାନେ ମାର୍କରେ ସନ୍ତୁଷ୍ଟ ନହେବେ, ପରେ ସେମାନେ ପରୀକ୍ଷା ଦେଇପାରିବେ। ପରିସ୍ଥିତି ସ୍ୱାଭାବିକ ହେଲା ପରେ ଅଫ୍ଲାଇନ୍ରେ ପରୀକ୍ଷା ଦେଇପାରିବେ ବୋଲି CHSE ସ୍ପଷ୍ଟ କରିଛି।
କରୋନା ସ୍ଥିତିକୁ ଦେଇ ସିବିଏସ୍ଇ ଓ ସିଆଇଏସ୍ଇ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ହୋଇଛି। ଏହାକୁ ଦେଖି ରାଜ୍ୟ ସରକାର ଦଶମ ବୋର୍ଡ ଓ ଯୁକ୍ତ ୨ ପରୀକ୍ଷା ବାତିଲ କରିଥିଲେ। ମାତ୍ର କେଉଁ ଆଧାରରେ ପରୀକ୍ଷା ଫଳାଫଳ ପ୍ରକାଶ କରିବେ, ସେହି ଚିନ୍ତାରେ ପଡ଼ି ଯାଇଥିଲେ ରାଜ୍ୟ ସରକାର। ତେବେ ଯୁକ୍ତ ୨ ପରୀକ୍ଷା ମୂଲ୍ୟାୟନ ନେଇ ବିଶେଷଜ୍ଞ କମିଟି ଗଠନ ହୋଇଥିଲା। ମାର୍କିଂକୁ ନେଇ କମିଟିର ବୈଠକ ଘନ ଘନ ବସିଥିଲା। ମାତ୍ର କୌଣସି ନିଷ୍ପର୍ସରେ ପହଞ୍ଚି ପାରିନଥିଲା କମିଟି। ଗୁରୁବାର ବିଶେଷଜ୍ଞ କମିଟିର ତୃତୀୟ ବୈଠକ ବସିଥିଲା।