ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୨ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୩୪୨୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬, କଟକ, ଝାରସୁଗୁଡା, ପୁରୀ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, କେନ୍ଦ୍ରାପଡା, ବାଲେଶ୍ଵର ଓ କୋରାପୁଟରୁ ୩ ଜଣ ଲେଖାଏଁ, ଅନୁଗୁଳ, ମାଲକାନଗିରି, ମୟୂରଭଞ୍ଜ ଓ ନୂଆପଡାରୁ ୨ ଜଣ ଲେଖାଏଁ, କଳାହାଣ୍ଡି, ରାୟଗଡା, ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।