ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୦ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍):ଗତ ୨୪ ଘଣ୍ଟା ମଧ୍ୟରେ ୩୫୭୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୯୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ କଟକ ଓ ବରଗଡ ଜିଲ୍ଲାରୁ ୫ ଜଣ, କୋରାପୁଟ, ମୟୂରଭଞ୍ଜ, ରାୟଗଡାରୁ ୪ ଜଣ ଲେଖାଏଁ, ଗଞ୍ଜାମ, ଝାରସୁଗୁଡା, ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ, ବଲାଙ୍ଗୀର, ପୁରୀ, ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ, ଅନୁଗୁଳ, ମାଲକାନଗିରି, ନୟାଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave a Reply

Your email address will not be published. Required fields are marked *