ଆଜି ମାଟ୍ରିକ ରେଜଲ୍ଟ : ସନ୍ଧ୍ୟା ୬ଟା ପରେ ଓ୍ୱେବସାଇଟରେ ଜାଣିହେବ ପରୀକ୍ଷା ଫଳ

କଟକ, (ଓଡିଶା ଟାଇମ୍): ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଅପରାହ୍ନ ୪ଟାରେ କଟକ ସ୍ଥିତ ମାଧ୍ୟମିକ ଶିକ୍ଷା ବୋର୍ଡ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇବ। www.bseodisha.ac.in ଏବଂ www.bseodisha.nic.in ୱେବ୍‌ସାଇଟ୍‌ରେ ସନ୍ଧ୍ୟା ୬ଟାରେ ରେଜଲ୍ଟ ଉପଲବ୍ଧ ହେବ। SMS ଜରିଆରେ ମଧ୍ୟ ରେଜଲ୍ଟ ପାଇ ପାରିବେ ଛାତ୍ରଛାତ୍ରୀ। ଏଥିପାଇଁ OR01 ଲେଖି ସ୍ପେଶ୍ ଦେବା ପରେ ରୋଲ ନମ୍ବର ଲେଖି ୫୬୭୬୭୫୦କୁ SMS କରିବାକୁ ହେବ।

ଓପନ ସ୍କୁଲ ଓ ମଧ୍ୟମା ପରୀକ୍ଷା ଫଳ ବି ଆଜି ବାହାରିବ। କରୋନାର ଦ୍ୱିତୀୟ ଲହର ପାଇଁ ରାଜ୍ୟ ସରକାର ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ବାତିଲ କରିଥିଲେ। ବିକଳ୍ପ ମୂଲ୍ୟାୟନ ସ୍ୱରୂପ ପ୍ରିବୋର୍ଡ ପରୀକ୍ଷା ଆଧାରରେ ପିଲାଙ୍କୁ ମାର୍କ ଦିଆଯାଇଛି। ଯେଉଁମାନେ ପ୍ରି ବୋର୍ଡ ପରୀକ୍ଷା ଆଦୌ ଦେଇନଥିବେ ସେମାନଙ୍କର ମୂଲ୍ୟାୟନ ନବମ ପରୀକ୍ଷା ଆଧାରରେ କରାଯାଇଛି। ୨୦୧୯ରେ ମାଟ୍ରିକ ପାସ୍ ହାର ଥିଲା ୭୨.୩୫%। ସେହିପରି ୨୦୨୦ରେ ପାସ୍ ହାର ଥିଲା ୭୮.୭୬%। ତେବେ ଚଳିତ ବର୍ଷ ବିନା ପରୀକ୍ଷାରେ ପାସ୍ ହାର କେତେ ରହୁଛି ତା ଉପରେ ସମସ୍ତଙ୍କ ନଜର ରହିଛି ।

Leave a Reply

Your email address will not be published. Required fields are marked *