ଶ୍ରୀଜୀଉଙ୍କ ଅନବସରର ଆଜି ଦଶମୀ ତିଥୀ

ପୁରୀ, (ଓଡିଶା ଟାଇମ୍): ୧୦୮ କୁମ୍ଭ ସୁବାଷିତ ଜଳରେ ଅତ୍ୟଧିକ ସ୍ନାନ ପରେ ଜ୍ଜରରେ ପୀଡ଼ିତ ଚତୁର୍ଦ୍ଦାବିଗ୍ରହଙ୍କର ସୁସ୍ଥତା ପାଇଁ ଚାଲିଛି ଗୁପ୍ତ ଉପଚାର । ଆଜି ଅନଵସରର ଦଶମୀ ତିଥିରେ ଚକାବିଜେ କରିବେ ମହାବାହୁ । ସେପଟେ ରାଜବୈଦ୍ୟଙ୍କ ଦ୍ବାରା ପ୍ରସ୍ତୁତ ହେଉଛି ଦଶମୂଳ ମୋଦକ । ତ୍ରୟୋଦଶ ଶତାଦ୍ଧୀରେ ଦ୍ୱିତୀୟ ଅନଙ୍ଗଭୀମ ଦେବଙ୍କ ସମୟରେ ବୈଦ୍ୟ ଓ ଶାସ୍ତ୍ର ବୈଦ୍ୟ ସେବା ସ୍ଥାପିତ ହୋଇଥିଲା ।

ଅନବସର ଦଶମୀ ସଂନ୍ଧ୍ୟାରେ ଦଶମୂଳ ମୋଦକ ଶ୍ରୀମନ୍ଦିର ଗାରଦରେ ଦାଖଲ ହେବ । ପରେ ଏକାଦଶୀ ଦିନ ଅନ୍ୟ ଭୋଗ ସହ ମହାପ୍ରଭୁଙ୍କୁ ଏହା ଏହା ଲାଗି ହେବ । ଶ୍ରୀବିଗ୍ରହଙ୍କ ଗୁପ୍ତ ସେବାରେ ଫୁଲୁରି ତେଲ, ଦଶମୂଳ ଔଷଧ ଓ ଅନ୍ୟାନ୍ୟ ଉପଚାର ପରେ ପ୍ରଭୁ ସଂପୂର୍ଣ୍ଣ ସୁସ୍ଥ ହୋଇ ନବଯୌବନ ଦର୍ଶନ ଦିନ ଭକ୍ତଙ୍କୁ ଦର୍ଶନ ଦେବେ । ତେବେ କୋଭିଡ କଟକଣା ଯୋଗୁ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାପ୍ରଭୁଙ୍କ ନବଯୌବନ ଦର୍ଶନରୁ ବଞ୍ଚିତ ରହିବେ ଭକ୍ତ ।

Leave a Reply

Your email address will not be published. Required fields are marked *