୨୪ ଘଣ୍ଟାରେ ୪୩ ହଜାରରୁ ଅଧିକ ପଜିଟିଭ୍, ୯୫୫ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ତଳମୁହାଁ ହେବାରେ ଲାଗିଛି । ଦୈନିକ ଲକ୍ଷାଧିକ ଆକ୍ରାନ୍ତ ସଂକ୍ରମିତ ହେଉଥିବାବେଳେ ଏବେ ଅଙ୍କ ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୫ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୯୫୫ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୩,୦୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦୦ ତଳେ ରହିଛି। ୨୪ ଘଣ୍ଟା ମଧ୍ୟରେ ୯୫୫ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୫ ଲକ୍ଷ ୪୫ ହଜାର ୪୩୩ ରେ ପହଞ୍ଚିଛି ।

Leave a Reply

Your email address will not be published. Required fields are marked *