ରାଜ୍ୟରେ କରୋନା ନେଲା ୫୭ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୫୪୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୯ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୧୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦ଜଣ ରହିଥିବା ବେଳେ ବରଗଡ଼, ଗଞ୍ଜାମ, ନୟାଗଡ଼, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ, କଳାହାଣ୍ଡି, କୋରାପୁଟ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ , ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, କଟକ, ଦେବଗଡ଼, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave a Reply

Your email address will not be published. Required fields are marked *