ରାଜ୍ୟରେ ୨୪ ଘଣ୍ଟାରେ ୧୯୯୩ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୯୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୧୭୪୫ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୫୪ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୩୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୮୧ଜଣ, ବରଗଡ଼ ଜିଲ୍ଲାରୁ ୧୯ଜଣ, ଭଦ୍ରକ ଜିଲ୍ଲାରୁ ୮୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୩ଜଣ, ବୌଦ୍ଧ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୨୯୭ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୪ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୩ଜଣ, ଜଗତସିଂହପୁର ଜିଲ୍ଲାରୁ ୮୯ଜଣ, ଯାଜପୁର ଜିଲ୍ଲାରୁ ୧୪୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କନ୍ଧମାଳ ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୯ଜଣ, କେନ୍ଦୁଝର ଜିଲ୍ଲାରୁ ୩୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୨୨ଜଣ, କୋରାପୁଟ ଜିଲ୍ଲାରୁ ୩୧ଜଣ, ମାଲକାନଗିରି ଜିଲ୍ଲାରୁ ୪୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୫ଜଣ, ନୟାଗଡ଼ ଜିଲ୍ଲାରୁ ୭୮ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୧୪୪ଜଣ, ରାୟଗଡ଼ା ଜିଲ୍ଲାରୁ ୨୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୫ଜଣ, ଷ୍ଟେଟ ପୁଲ୍‌ରୁ ୫୯ଜଣ ରହିଛନ୍ତି ।

Leave a Reply

Your email address will not be published. Required fields are marked *