ରାଜ୍ୟରେ କରୋନା ନେଲା ୬୫ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୬୧୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୭୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ ରହିଥିବା ବେଳେ ବରଗଡ଼ ଜିଲ୍ଲାରୁ ୭ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ରହିଥିବା ବେଳେ ସମ୍ବଲପୁର, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ, ବଲାଙ୍ଗୀର , କଟକ, ଗଞ୍ଜାମ, ଯାଜପୁର, ପୁରୀ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ଗଜପତି, ଜଗତସିଂହପୁର , କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମୟୁରଭଞ୍ଜ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave a Reply

Your email address will not be published. Required fields are marked *