ରାଜ୍ୟରେ କରୋନା ନେଲା ୬୬ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୫୫୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୮୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ କଟକରୁ ୧୦, ଖୋର୍ଦ୍ଧାରୁ ୮, ଭଦ୍ରକରୁ ୬, ଯାଜପୁରରୁ ୫, ଗଞ୍ଜାମ, ପୁରୀ ଓ ଜଗତସିଂହପୁରରୁ ୪ ଜଣ ଲେଖାଏଁ, ବାଲେଶ୍ଵର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା ଓ ମୟୁରଭଞ୍ଜରୁ ୨ ଜଣ ଲେଖାଏଁ, ବୌଦ୍ଧ, ଦେଓଗଡ଼, ଗଜପତି, କଳାହାଣ୍ଡି, କନ୍ଧମାଳ, ଓ କୋରାପୁଟରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।