ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ଵର, (ଓଡିଶା ଟାଇମ୍):  ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସଇ) ଦ୍ବାରା ପରିଚାଳିତ ଦ୍ବାଦଶ ଶ୍ରେଣୀ ତଥା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ଆସନ୍ତାକାଲି ସନ୍ଧ୍ୟାରେ ପ୍ରକାଶ ପାଇବ। ଏହି ପରୀକ୍ଷାଫଳ ସିଏଚଏସଇ ୱେବସାଇଟ http://chseodisha.nic.inରେ ଉପଲବ୍ଧ ହେବ ବୋଲି ପରୀକ୍ଷା ନିୟନ୍ତ୍ରକ ଡ.ବିଜୟ କୁମାର ସାହୁ ସୂଚନା ଦେଇଛନ୍ତି।

କରୋନା ସଂକ୍ରମଣ ଯୋଗୁଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷାକୁ ଚଳିତ ବର୍ଷ ବାତିଲ କରାଯାଇଥିଲା। ବିକଳ୍ପ ମୂଲ୍ୟାୟନ ପ୍ରକ୍ରିୟା ପାଇଁ ୧୪ ଜଣିଆ ବିଶେଷଜ୍ଞ କମିଟି ଗଠନ କରିଥିଲା ପରିଷଦ। ବିକଳ୍ପ ମୂଲ୍ୟାୟନ ପଦ୍ଧତିରେ ଛାତ୍ରଛାତ୍ରୀଙ୍କୁ ନମ୍ବର ଦିଆଯାଇ ଉତ୍ତୀର୍ଣ୍ଣ କରାଯିବ ବୋଲି ଜଣାପଡ଼ିଛି।

Leave a Reply

Your email address will not be published. Required fields are marked *