ଦେଶରେ ୨୪ ଘଣ୍ଟାରେ ବାହାରିଲେ ୪୦ ହଜାରରୁ ଅଧିକ ପଜିଟିଭ୍
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଦୈନିକ ସଂକ୍ରମଣ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୬୨ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୨,୬୨୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୫୬୨ ଜଣଙ୍କ ମୃତ୍ୟୁ ଘଟିଛି ।











