ଦେଶରେ ବଢିଚାଲିଛି ସଂକ୍ରମଣ; ଦିନକରେ ୪୨,୯୮୨ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ ଦୈନିକ ସଂକ୍ରମଣ ବୃଦ୍ଧିପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୨,୯୮୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଗୋଟିଏ ଦିନରେ ୪୧,୭୨୬ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ୩,୦୯,୭୪,୭୪୮ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଲେଣି।

ଦେଶରେ ସଂପ୍ରତି ୪,୧୧,୦୭୬ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି। ଦେଶରେ ଦୈନିକ ସଂକ୍ରମଣ ହାର ୨.୫୮% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୩୭% ରହିଥିବାବେଳେ ଆରୋଗ୍ୟ ହାର ୯୭.୩୭% ରହିଛି। ବୁଧବାର ସଂଧ୍ୟା ସୁଦ୍ଧା ଦେଶରେ ମୋଟ ୪୭.୪୮ କୋଟି ନମୁନା ପରୀକ୍ଷା କରାଯାଇସାରିଛି ଏବଂ ତାହାସହିତ ୪୮.୯୩ କୋଟି ପାନ ଟିକା ଦିଆଯାଇଛି।

Leave a Reply

Your email address will not be published. Required fields are marked *