ରାଜ୍ୟରେ କରୋନା ନେଲା ୬୪ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ୨୪ ଘଣ୍ଟା ମଧ୍ୟରେ ୧୦୯୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୩୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୭ଜଣ, କଟକ ଜିଲ୍ଲାରୁ ୧୭ଜଣ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାରୁ ୪ଜଣ ଲେଖାଏଁ , ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ ରହିଛନ୍ତି । ଅନୁଗୁଳ, ଭଦ୍ରକ, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, କେନ୍ଦ୍ରାପଡ଼ା, ନୟାଗଡ଼, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave a Reply

Your email address will not be published. Required fields are marked *