୨୪ ଘଣ୍ଟାରେ ବାହାରିଲେ ୨୮ ହଜାରରୁ ଅଧିକ ପଜିଟିଭ୍
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୭୩ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୮୨୦୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୩୭୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୯ ଲକ୍ଷ ୯୮ହଜାର ୧୫୮ରେ ପହଞ୍ଚିଛି।











