ରାଜ୍ୟରେ କରୋନା ନେଲା ୬୯ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୮୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୧୯ଜଣ, ଅନୁଗୁଳ ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର, ଢେଙ୍କାନାଳ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ପୁରୀ ୨ଜଣ , କେନ୍ଦୁଝର ଜିଲ୍ଲାରୁ ଜଣେ ରହିଛନ୍ତି ।

Leave a Reply

Your email address will not be published. Required fields are marked *