ଦେଶରେ ଦିନକରେ ୩୦,୫୭୦ କରୋନା ସଂକ୍ରମିତ; ୪୩୧ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦,୫୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦିନକ ମଧ୍ୟରେ ୪୩୧ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। କେବଳ କେରଳରୁ ଗୋଟିଏ ଦିନରେ ୧୭,୬୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦିନକରେ ୨୦୮ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୪୭,୩୨୫କୁ ବୃଦ୍ଧିପାଇଛି। ସେମାନଙ୍କ ମଧ୍ୟରୁ ୩,୨୫,୬୦,୪୭୪ ଜଣ ସୁସ୍ଥ ହୋଇସାରିଲେଣି। ସଂପ୍ରତି ୩,୪୨,୯୨୩ ଜଣ ସକ୍ରିୟ କରୋନା ଆକ୍ରାନ୍ତ ଦେଶରେ ରହିଛନ୍ତି। ଦେଶରେ ବୁଧବାର ସଂଧ୍ୟା ସୁଦ୍ଧା କରୋନା ଜନିତ ମୃତ୍ୟୁସଂଖ୍ୟା ୪,୪୩,୯୨୮କୁ ବୃଦ୍ଧିପାଇଛି।

Leave a Reply

Your email address will not be published. Required fields are marked *