୨୪ ଘଣ୍ଟାରେ ବାହାରିଲେ ୪୬୨ କୋଭିଡ୍ ପଜିଟିଭ୍
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୪୬୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୧୨୧୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୮ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୯୪ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୦ ଜଣ ପଜିଟିଭ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ୧୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୩୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩୧ଜଣ, ଯାଜପୁର ଜିଲ୍ଲାରୁ ୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୦୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍ରୁ ୪୩ଜଣ ରହିଛନ୍ତି ।