୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
ଭୁବନେଶ୍ବର, (ଓଡିଶା ଟାଇମ୍): ଅଗଷ୍ଟ ପରେ ସେପ୍ଟେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୩୧୩୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୬ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୨୨୩ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୭ ଜଣ ପଜିଟିଭ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ,ବରଗଡରୁ ୨ ଜଣ, କଟକ ଜିଲ୍ଲାରୁ ୪୮ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୩୧ଜଣ, ଯାଜପୁର ଜିଲ୍ଲାରୁ ୧୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୪ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲାରୁ ୫ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍ରୁ ୬୦ଜଣ ରହିଛନ୍ତି ।