କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ୬୦୨ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୯୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି l
ମୃତକଙ୍କ ମଧ୍ୟରେ କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୫୮୭୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୧୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୧୨୧୧୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୯୦୦୫୩୨ସାମ୍ପୁଲ ଟେଷ୍ଟ୍ ହୋଇଛି ।