୨୪ ଘଣ୍ଟାରେ ବାହାରିଲେ ୪୦୭ କୋଭିଡ୍ ପଜିଟିଭ୍
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୪୦୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୮୩୬୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୮ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୬୯ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୪ ଜଣ ପଜିଟିଭ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୬୩ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮ଜଣ, ଯାଜପୁର ଜିଲ୍ଲାରୁ ୧୭ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୬୭ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ, ଷ୍ଟେଟ ପୁଲ୍ରୁ ୩୯ଜଣ ରହିଛନ୍ତି ।











