କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ୪୦୭ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି l
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା ବେଳେ କଟକ ଜିଲ୍ଲାରୁ ଜଣେ ଆକ୍ରାନ୍ତ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୮୩୬୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୦୭୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୧୫୦୧୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୨୩୬୯୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।











