୨୪ ଘଣ୍ଟାରେ ବାହାରିଲେ ୪୬୭ କୋଭିଡ୍ ପଜିଟିଭ୍
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୪୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୭୫୨୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୨ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୯୫ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮୬ ଜଣ ପଜିଟିଭ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୭୫୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୭୪୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୪୪୨୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୩୮୧୮୪୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।