କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ୪୪୭ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୦୯ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ କେନ୍ଦୁଝର ଜିଲ୍ଲାରୁ ୨ଜଣ ହୋଇଥିବା ବେଳେ କଳାହାଣ୍ଡି , ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୮୪୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୮୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୫୫୦୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୫୨୦୪୨୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published.