୨୪ ଘଣ୍ଟାରେ ବାହାରିଲେ ୩୧୬ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୩୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୧୭୭୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୬ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୩୦ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୧ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୩୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୨ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୮ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍‌ରୁ ୩୫ଜଣ ରହିଛନ୍ତି ।

Leave a Reply

Your email address will not be published.