ଫାଣ୍ଡି ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଢେଙ୍କାନାଳ, (ଓଡିଶା ଟାଇମ୍): ଭିଜିଲାନ୍ସ ଜାଲରେ ଫାଣ୍ଡି ଅଧିକାରୀ । ପୋଲିସ ବାବୁଙ୍କ ଘରେ ଭିଜିଲାନ୍ସ ରେଡ୍ । :ଆୟ ବହିର୍ଭୁତ ସମ୍ପତି ଠୁଳ ନେଇ ମାମଲାରେ ଏସଆଇଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢଉ କରାଯାଇଛି ।

ମହାବୀରରୋଡ଼ ଫାଣ୍ଡି ଅଧିକାରୀ ସମୀର ସାମଲଙ୍କ ଘରେ ଏହି ଚଢଉ ହୋଇଛି । ସେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇ ଆସୁଥିଲା । ତାଙ୍କ ବାସଭବନ ସମେତ ୫ଟି ସ୍ଥାନରେ ଟିମ୍ ତଲାସୀ କରୁଛି । ତେବେ ଚଢଉ ବେଳେ ବିପୁଳ ପରିମାଣର ସମ୍ପତ୍ତି ଜବତ ହୋଇଥିବା ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *