୨୪ ଘଣ୍ଟାରେ ବାହାରିଲେ ୩୨୨ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୩୨୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୨୪୨୨ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୭ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୩୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୨ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୧୩ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୬୯ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୫ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ୩୯ଜଣ ରହିଛନ୍ତି ।

Leave a Reply

Your email address will not be published. Required fields are marked *