୨୪ ଘଣ୍ଟାରେ ବାହାରିଲେ ୨୭୧ କୋଭିଡ୍ ପଜିଟିଭ୍

ଭୁବନେଶ୍ବର ,(ଓଡିଶା ଟାଇମ୍): ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୪୬୯୯ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୧୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୦ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨୩ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୨ଜଣ, ମାଲକାନାଗିରି ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୦ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍‌ରୁ ୨୫ଜଣ ରହିଛନ୍ତି ।

Leave a Reply

Your email address will not be published. Required fields are marked *