କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୨୨୯ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୮୬ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୬୩୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୬୧୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୫୨୬୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୦୬୪୧୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published.