ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ମନରେ ଉଦ୍ବେଗ ଜାତ ହୋଇପାରେ । ଭ୍ରାତୃଭାବ ଅତୁଟ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ବଳି ଓ ଶତ୍ରୁଜୟୀ ହେବେ । ମାନସିକ ଦୁଶ୍ଚିନ୍ତା ଦୂର ହେବ ଓ ଶାନ୍ତି ମିଳିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବୃଷ
ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିିଳିବ । ଚଞ୍ଚଳ ମନା ହୋଇପାରନ୍ତି । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ପ୍ରଚୁର ଧନଲାଭ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ମିଥୁନ
ଚୌର ଭୟ ଥିବାରୁ ସତର୍କତା ଏକାନ୍ତ ଜରୁରୀ । ଉଦାର ସ୍ୱଭାବର ହେବେ । କୃଷୀକର୍ମକାରୀ ଓ ଦାନଶୀଳ ହୋଇପାରନ୍ତି । ବୁଦ୍ଧିମାନ୍ ଓ ବ୍ୟକ୍ତିତ୍ୱ ବିକଶିତ ହେବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
କର୍କଟ
ସାଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ମନ ପ୍ରସନ୍ନ ରହିବ । ସାହସୀ ଓ ଆସ୍ତିକ ହେବେ । ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ସାନଭାଇଙ୍କ ଠାରୁ ଭକ୍ତି ମିଳିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ସିଂହ
ମିତ୍ର ସୁଖ ଲାଭ ଓ ଲୋକପ୍ରିୟତା ଅର୍ଜନ କରିପାରନ୍ତି । ପରମ ସୌଭାଗ୍ୟଶାଳୀ ହେବେ । ଦାମ୍ପତ୍ୟ ସୁଖ ମିଳିବ । ବିଭିନ୍ନ ଦିଗରୁ ଧନାଗମ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କନ୍ୟା
ଆୟ ଆଶାନୁରୂପ ହେବ । ଉତ୍ତମ ଭୋଜନ ମିଳିବ । ବ୍ୟବସାୟ ପାଇଁ ଉଦ୍ୟମ ଚଳାଇବେ । ଐଶ୍ୱର୍ଯ୍ୟଯୁକ୍ତ ଓ ମାଲିଲୋକଦ୍ଦମାରେ ବିଜୟୀ ହେବେ । ଧନ ଲାଭ ହେବ, ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।
ତୁଳା
ଚଞ୍ଚଳମନା ହେବେ । ମାତ୍ର ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଅଧିକାଂଶ ସମୟ ଏକାନ୍ତରେ ରହିପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ । ସାହସୀ ଓ ଜ୍ଞାନୀ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବିଛା
ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ମନ ଚଳ-ଚଞ୍ଚଳ ରହିବ । ସରକାରୀ ଅଥବା କାର୍ଯ୍ୟ କରୁଥିବା ବିଭାଗୀୟ ସ୍ତରରେ ସମ୍ମାନିତ ହେବେ । ଶୁଭ ରଙ୍ଗ ଗ୍ରିନ୍ । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପରକୁ ଆପଣାର କରିବେ ।
ଧନୁ
କାର୍ଯ୍ୟରେ ସଫଳତା ଲାଭ କରିବେ । ଯଶସ୍ୱୀ ଓ ବଂଶ ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ପାରିବାରିକ ସୁଖ ଅବ୍ୟାହତ ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ମକର
ଧର୍ମାତ୍ମା ଓ ଭାଗ୍ୟଶାଳୀ ହେବେ । ଭୋଗ ବିଳାସରେ ଦିନ ବିତାଇ ପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ପ୍ରବାସପ୍ରିୟ ହୋଇପାରନ୍ତି । ବିଦ୍ୱାନ୍ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ଗୃହିଣୀ- ପରକୁ ଆପଣାର କରିବେ ।
କୁମ୍ଭ
ନିଜେ କରିଥିବା କାର୍ଯ୍ୟର ସମୀକ୍ଷା କରିପାରନ୍ତି । ଯୁଗ୍ମ ବ୍ୟବସାୟରୁ ସାମାନ୍ୟ ଲାଭ ମିଳିବ । ସ୍ୱାଭିମାନୀ , ସୁଭାଷୀ ଓ ସୁବିଦ୍ୟାଯୁକ୍ତ ହେବେ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ମିତ୍ର ସୁଖ ପାଇବେ l
ମୀନ
ବନ୍ଧୁ ମିଳନରେ ବିଶେଷ ଉପକୃତ ହେବେ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ସେବା ମନୋଭାବାପନ୍ନ ହୋଇପାରନ୍ତି । ସାମୟିକ ଭାବେ ମନରେ ଅହଂଭାବ ଜାଗ୍ରତ ହୋଇପାରେ । ପତ୍ନୀଙ୍କ ପରାମର୍ଶରେ ଚଳିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖୀ ହେବେ ।