୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୧୯ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଧୀରେ ଧୀରେ ଖସୁଛି ସଂକ୍ରମଣ ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୮୨୨୮ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୧୩୧ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୨ ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୮୨୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୭୩୮୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୫୧୩୩୧୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *