ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୦ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହଜାର ତଳକୁ ଖସିଛି l

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୮୮ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୦୫୪୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୪୮୮ ଜଣଙ୍କ ମୃତ୍ୟୁ ହୋଇଛି । ଏବେସୁଦ୍ଧା ଦେଶରେ ୩୫ ଲକ୍ଷ ପାଖାପାଖି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଏବେ ଦେଶରେ ୧୧୦୧୩୩ ସକ୍ରିୟ ମାମଲା ରହିଛି ।

Leave a Reply

Your email address will not be published. Required fields are marked *