୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୯୧୦୮ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୧୩୪ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୪ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୫ ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୭ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯୬ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୧ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୦ଜଣ, ରାୟଗଡ଼ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ୨ଜଣ ରହିଛନ୍ତି ।

 

Leave a Reply

Your email address will not be published. Required fields are marked *