ବଙ୍ଗୋମୁଣ୍ଡା ଥାନାରେ ଭିଜିଲାନ୍ସ ଟିମ୍, ଜବତ ହେଲାଣି ୪ ଲକ୍ଷ ପାଖାପାଖି ଟଙ୍କା
କଣ୍ଟାବାଞ୍ଜି, (ଓଡିଶା ଟାଇମ୍): ଭିଜିଲାନ୍ସ ଜାଲରେ ଥାନା ବାବୁ । ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପୋଲିସ ଥାନା ଅଧିକାରୀ ବିନୋଦ ବିହାରୀ ନାୟକ ଭିଜିଲାନ୍ସ ଜାଲରେ ପଡିଛନ୍ତି । ମଙ୍ଗଳବାର ଲକ୍ଷାଧିକ ଟଙ୍କା ନେଇ ଘରକୁ ଯାଉଥିବା ବେଳେ ବରଗଡ ଟୋଲ୍ ଗେଟ୍ ନିକଟରେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିଲା । ବିନୋଦଙ୍କ କାରରୁ ଭିଜିଲାନ୍ସ ୨ ଲକ୍ଷ ୬ ହଜାର ୨୨୦ ଟଙ୍କା ଜବତ କରିଥିଲା ।
ତେବେ ବୁଧବାର ବଙ୍ଗୋମୁଣ୍ଡା ଥାନାରେ ଭିଜିଲାନ୍ସ ଟିମ୍ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି । ବର୍ତ୍ତମାନ ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ତାଙ୍କ ବାସଭବନରୁ ୩ ଲକ୍ଷ ୮୦ ହଜାର ୯୨୦ ଟଙ୍କା ଜବତ କରିଛି ବଲାଙ୍ଗୀର ଭିଜିଲାନ୍ସ ଟିମ୍ । ଏହାସହ ବିଭିନ୍ନ କାଗଜପତ୍ର ଯାଞ୍ଚ କରୁଛି ଭିଜିଲାନ୍ସ ଟିମ୍ ।