ଅଭିନେତା ମିହିର ଦାସଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, ହସ୍ପିଟାଲରେ ଭର୍ତ୍ତି
କଟକ, (ଓଡିଶା ଟାଇମ୍): ବରିଷ୍ଠ ଅଭିନେତା ମିହିର ଦାସଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି । ସେ ଏବେ କଟକର ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି । ପୂର୍ବରୁ କିଡ୍ନୀ ରୋଗରେ ଆକ୍ରାନ୍ତ ମିହିର ଦାସଙ୍କୁ ଗତ ୭ ତାରିଖରେ ମେଡିକାଲ୍ରେ ଭର୍ତ୍ତି କରାଯାଇଥିଲା । ତାଙ୍କୁ ଅସୁସ୍ଥତା ଖବର ପାଇଁ ପ୍ରଶଂସକମାନେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି l